ପ୍ରେରିତ 7

ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,

Acts 7:9 (UKJV) And the patriarchs, moved with envy, sold Joseph into Egypt: but God was with him,

7ପୁଣି, ଈଶ୍ବର କହିଲେ, ସେମାନେ ଯେଉଁ ଜାତିର ଦାସ ହେବେ, ଆମ୍ଭେ ତାହାର ବିଚାର କରିବା; ତାହା ପରେ ସେମାନେ ବାହାରି ଆସି ଏହି ସ୍ଥାନରେ ଆମ୍ଭର ଉପାସନା କରିବେ।

8ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍‌ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ।

9ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,

10ପୁଣି, ତାହାଙ୍କ ସମସ୍ତ କ୍ଲେଶରୁ ତାହାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ପ୍ରଦାନ କଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ।

11ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି, ମହାକ୍ଲେଶ ଘଟିଲା, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଖାଦ୍ୟ ପାଇ ପାରିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.