8ସେଥିରେ ସେ ନଗରରେ ମହା ଆନନ୍ଦ ହେଲା।
9କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଲୋକମାନଙ୍କୁ ଆଚମ୍ଭିତ କରୁଥିଲା;
10ଈଶ୍ବରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ।
11ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ଭିତ କରିଥିଲା।
12କିନ୍ତୁ ଫିଲିପ୍ପ ଈଶ୍ବରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।