12କିନ୍ତୁ ଫିଲିପ୍ପ ଈଶ୍ବରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।
13ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା।
14ଶମିରୋଣର ଲୋକମାନେ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମ ସହରରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।
15ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,
16କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ।