16କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ।
17ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ।
18ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ପବିତ୍ର ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
19ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ।
20କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ।