ପ୍ରେରିତ 8

କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ।

Acts 8:20 (UKJV) But Peter said unto him, Your money perish with you, because you have thought that the gift of God may be purchased with money.

18ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ପବିତ୍ର ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,

19ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ।

20କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ।

21ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।

22ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.