ପ୍ରେରିତ 8

ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ;

Acts 8:22 (UKJV) Repent therefore of this your wickedness, and pray God, if perhaps the thought of yours heart may be forgiven you.

20କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ।

21ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।

22ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ;

23କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି।

24ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.