ପ୍ରେରିତ 8

ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଆସିଥିଲେ;

Acts 8:27 (UKJV) And he arose and went: and, behold, a man of Ethiopia, an eunuch of great authority under Candace queen of the Ethiopians, who had the charge of all her treasure, and had come to Jerusalem in order to worship,

25ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମ ସହରକୁ ବାହୁଡ଼ିଗଲେ।

26ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।

27ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଆସିଥିଲେ;

28ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ।

29ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.