ପ୍ରେରିତ 8

ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ।

Acts 8:28 (UKJV) Was returning, and sitting in his chariot read Isaiah the prophet.

26ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।

27ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଆସିଥିଲେ;

28ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ।

29ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।

30ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.