ପ୍ରେରିତ 8

ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।

Acts 8:29 (UKJV) Then the Spirit said unto Philip, Go near, and join yourself to this chariot.

27ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଆସିଥିଲେ;

28ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ।

29ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।

30ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି?

31ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.