ପ୍ରେରିତ 8

କିନ୍ତୁ ଶାଉଲ ଘରେ ଘରେ ପଶି ବିଶ୍ୱାସୀ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ନିକ୍ଷେପ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ।

Acts 8:3 (UKJV) As for Saul, he made havoc of the church, entering into every house, and haling men and women committed them to prison.

1ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମ ସହରରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦିୟା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।

2ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।

3କିନ୍ତୁ ଶାଉଲ ଘରେ ଘରେ ପଶି ବିଶ୍ୱାସୀ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ନିକ୍ଷେପ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ।

4ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।

5ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.