ପ୍ରେରିତ 8

ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।

Acts 8:31 (UKJV) And he said, How can I, except some man should guide me? And he desired Philip that he would come up and sit with him.

29ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।

30ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି?

31ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।

32ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, “ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।

33ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରିପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.