ପ୍ରେରିତ 8

ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ।

Acts 8:35 (UKJV) Then Philip opened his mouth, and began at the same scripture, and preached unto him Jesus.

33ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରିପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା।”

34ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବା ଆଉ କାହା ବିଷୟରେ?

35ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ।

36ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କଅଣ ବାଧା ଅଛି?

37[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ବରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି।]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.