ପ୍ରେରିତ 8

ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ।

Acts 8:39 (UKJV) And when they were come up out of the water, the Spirit of the Lord caught away Philip, that the eunuch saw him no more: and he went on his way rejoicing.

37[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ବରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି।]

38ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ।

39ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ।

40କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ନଗରରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.