5ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ।
6ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ।
7କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।
8ସେଥିରେ ସେ ନଗରରେ ମହା ଆନନ୍ଦ ହେଲା।
9କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଲୋକମାନଙ୍କୁ ଆଚମ୍ଭିତ କରୁଥିଲା;