8ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେଶକ ସହରକୁ ଘେନିଗଲେ।
9ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ।
10ଦମ୍ମେଶକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନୀୟ।” ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ।
11ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ସହରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
12ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି।”