ପ୍ରେରିତ 9

ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।

Acts 9:14 (UKJV) And here he has authority from the chief priests to bind all that call on your name.

12ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି।”

13କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୁ, ଯିରୂଶାଲମ ସହରରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।

14ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।

15କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;

16ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.