ପ୍ରେରିତ 9

ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କଅଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,

Acts 9:18 (UKJV) And immediately there fell from his eyes as it had been scales: and he received sight forthwith, and arose, and was baptized.

16ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।”

17ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍‍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।

18ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କଅଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,

19ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;

20ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.