ପ୍ରେରିତ 9

ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?

Acts 9:21 (UKJV) But all that heard him were amazed, and said; Is not this he that destroyed them which called on this name in Jerusalem, and came here for that intent, that he might bring them bound unto the chief priests?

19ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;

20ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।

21ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?

22କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦମ୍ମେଶକନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ।

23ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.