ପ୍ରେରିତ 9

କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ।

Acts 9:25 (UKJV) Then the disciples took him by night, and let him down by the wall in a basket.

23ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;

24କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା। ଆଉ, ସେମାନେ ଯେପରି ତାହାଙ୍କୁ ବଧ କରିପାରନ୍ତି, ଏଥିନିମନ୍ତେ ଦିବାରାତ୍ର ମଧ୍ୟ ନଗରଦ୍ୱାରସବୁ ଜଗି ରହିଲେ,

25କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ।

26ପରେ ସେ ଯିରୂଶାଲମ ସହରକୁ ଯାଇ ଶିଷ୍ୟମାନଙ୍କ ସହିତ ମିଶିବାକୁ ଚେଷ୍ଟା କରୁଥିଲେ; ମାତ୍ର ସେ ଯେ ଜଣେ ଶିଷ୍ୟ, ଏହା ବିଶ୍ୱାସ ନ କରି ସମସ୍ତେ ତାହାଙ୍କୁ ଭୟ କରୁଥିଲେ।

27କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେଶକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.