ପ୍ରେରିତ 9

ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍‍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା।

Acts 9:3 (UKJV) And as he journeyed, he came near Damascus: and suddenly there shined round about him a light from heaven:

1କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,

2ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।

3ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍‍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା।

4ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”

5ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.