ପ୍ରେରିତ 9

ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ।

Acts 9:30 (UKJV) Which when the brethren knew, they brought him down to Caesarea, and sent him forth to Tarsus.

28ଆଉ, ସେ ସେମାନଙ୍କ ସହିତ ଯିରୂଶାଲମ ସହରରେ ଗମନାଗମନ କରି,

29ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ।

30ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ।

31ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।

32ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦ ନଗରବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.