33ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା।
34ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ।
35ଆଉ, ଲୂଦ ଓ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ।
36ଯାଫୋ ସହରରେ ଟାବୀଥା ନାମକ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ-କ୍ରିୟାରେ ପୂର୍ଣ୍ଣ ଥିଲେ।
37ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ।