ପ୍ରେରିତ 9

ପୁଣି, ଲୂଦ ଯାଫୋ ସହରର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ।

Acts 9:38 (UKJV) And forasmuch as Lydda was nigh to Joppa, and the disciples had heard that Peter was there, they sent unto him two men, desiring him that he would not delay to come to them.

36ଯାଫୋ ସହରରେ ଟାବୀଥା ନାମକ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ-କ୍ରିୟାରେ ପୂର୍ଣ୍ଣ ଥିଲେ।

37ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ।

38ପୁଣି, ଲୂଦ ଯାଫୋ ସହରର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ।

39ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ।

40କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.