2ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।
3ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା।
4ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”
5ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।”
6“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।”