39ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ।
40କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।
41ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ।
42ଏହି କଥା ଯାଫୋ ସହରର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।
43ପୁଣି, ପିତର ଅନେକ ଦିନ ଯାଫୋ ସହରରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ।