3ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା।
4ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”
5ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।”
6“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।”
7ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକୁ ନ ଦେଖିବାରୁ ଅବାକ୍ ହୋଇ ରହିଲେ।