8ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
9ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
10ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
11ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
12ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”