10ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
11ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
12ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
13ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
14ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।