12ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
13ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
14ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
15ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ। ଏହା ସଦାପ୍ରଭୁ କହନ୍ତି।”