1ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ।
2ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”
3ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
4ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।
5ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ।”