ଆମୋଷ 1

ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।

Amos 1:4 (UKJV) But I will send a fire into the house of Hazael, which shall devour the palaces of Benhadad.

2ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”

3ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;

4ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।

5ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ।”

6ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.