5ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ।”
6ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।
7ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
8ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
9ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;