1ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
2ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ୍ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;
3ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି।