8ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।
9ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।
10ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
11ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ। ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ଏପରି କି ହୋଇ ନାହିଁ?”
12ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ।