10ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
11ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ। ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ଏପରି କି ହୋଇ ନାହିଁ?”
12ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ।
13“ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।
14ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;