ଆମୋଷ 2

ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;

Amos 2:14 (UKJV) Therefore the flight shall perish from the swift, and the strong shall not strengthen his force, neither shall the mighty deliver himself:

12ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।

13“ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।

14ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;

15ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;

16ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇଯିବ।” ଏହା ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.