13“ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।
14ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;
15ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
16ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇଯିବ।” ଏହା ସଦାପ୍ରଭୁ କହନ୍ତି।