3ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି।
4ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
5ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”
6ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
7ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;