6ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
7ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;
8ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।
9ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।
10ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।