1ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,
2“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।
3ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ?