9ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, “ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।”
10କାରଣ ସଦାପ୍ରଭୁ କହନ୍ତି, “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”
11ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ।”
12ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”
13“ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି।