ଆମୋଷ 3

“ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି।

Amos 3:13 (UKJV) Hear all of you, and testify in the house of Jacob, says the Lord GOD, the God of hosts,

11ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ।”

12ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”

13“ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି।

14କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବେଥେଲ୍‍ସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ।

15ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ।” ଏହା ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.