3ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ?
4ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ?
5ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ?
6ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?
7ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।