ଆମୋଷ 3

ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?

Amos 3:6 (UKJV) Shall a trumpet be blown in the city, and the people not be afraid? shall there be evil in a city, and the LORD has not done it?

4ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ?

5ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ?

6ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?

7ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।

8ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.