ଆମୋଷ 4

“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’

Amos 4:1 (UKJV) Hear this word, all of you cattle of Bashan, that are in the mountain of Samaria, which oppress the poor, which crush the needy, which say to their masters, Bring, and let us drink.

1“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’

2ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ।

3ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନ ସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.