8ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
9“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
10“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
11“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
12“ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।”