ଆମୋଷ 4

କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି। ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।

Amos 4:13 (UKJV) For, lo, he that forms the mountains, and creates the wind, and declares unto man what is his thought, that makes the morning darkness, and treads upon the high places of the earth, The LORD, The God of hosts, is his name.

11“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।

12“ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।”

13କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି। ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.