ଆମୋଷ 4

ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

Amos 4:5 (UKJV) And offer a sacrifice of thanksgiving with leaven, and proclaim and publish the free offerings: for this likes you, O all of you children of Israel, says the Lord GOD.

3ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନ ସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି।

4“ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;

5ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

6“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।

7“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.