ଆମୋଷ 5

ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।

Amos 5:14 (UKJV) Seek good, and not evil, that all of you may live: and so the LORD, the God of hosts, shall be with you, as all of you have spoken.

12କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର-ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।

13ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।

14ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।

15ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ୱାରରେ ନ୍ୟାୟବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।

16ଏଥିପାଇଁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର ସଦାପ୍ରଭୁ ଏହି କଥା କହନ୍ତି, “ଛକସ୍ଥାନ ସକଳରେ ହାହାକାର ଶବ୍ଦ ହେବ ଓ ରାଜଦାଣ୍ଡସକଳରେ ଲୋକମାନେ ହାୟ! ହାୟ! କହିବେ; ଆଉ, ସେମାନେ କୃଷକକୁ ଶୋକ କରିବାକୁ ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.