15ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ୱାରରେ ନ୍ୟାୟବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।
16ଏଥିପାଇଁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର ସଦାପ୍ରଭୁ ଏହି କଥା କହନ୍ତି, “ଛକସ୍ଥାନ ସକଳରେ ହାହାକାର ଶବ୍ଦ ହେବ ଓ ରାଜଦାଣ୍ଡସକଳରେ ଲୋକମାନେ ହାୟ! ହାୟ! କହିବେ; ଆଉ, ସେମାନେ କୃଷକକୁ ଶୋକ କରିବାକୁ ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ।
17ପୁଣି, ଦ୍ରାକ୍ଷାକ୍ଷେତ୍ର ସକଳରେ ହାହାକାର ଶବ୍ଦ ହେବ;” “କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା।” ଏହା ସଦାପ୍ରଭୁ କହନ୍ତି।
18ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।
19କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)